English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

1 Chronicles Chapters

1 Chronicles 10 Verses

1 ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ ।
2 ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ ।
3 ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ତ୍ରାସଯୁକ୍ତ ହେଲେ ।
4 ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ ।
5 ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍‍ଗ ଉପରେ ପଡ଼ି ମଲା ।
6 ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ ।
7 ଏଉତ୍ତାରେ ଇସ୍ରାଏଲ-ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ ।
8 ଅନନ୍ତର ପର-ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ ।
9 ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବ-ପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ ।
10 ପୁଣି ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍-ମନ୍ଦିରରେ ଟାଙ୍ଗିଦେଲେ ।
11 ଏଉତ୍ତାରେ ଯାବେଶ୍-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ଵାଦ ପାଆନ୍ତେ,
12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍କୁ ନେଇ ଆସିଲେ ଓ ଯାବେଶ୍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ ।
13 ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ସତ୍ୟଲଙ୍ଘନ ହେତୁରୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ ।
14 ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ ।
×

Alert

×