Indian Language Bible Word Collections
1 John 4:3
1 John Chapters
1 John 4 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
1 John Chapters
1 John 4 Verses
1
|
ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ଵାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ଵରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ତ ଭାବବାଦୀ ବାହାରିଅଛନ୍ତି । |
2
|
ଏହା ଦ୍ଵାରା ତୁମ୍ଭେମାନେ ଈଶ୍ଵରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବ; ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ଵୀକାର କରେ, ସେ ଈଶ୍ଵରଙ୍କଠାରୁ ଆଗତ, |
3
|
ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ଵୀକାର ନ କରେ, ସେ ଈଶ୍ଵରଙ୍କଠାରୁ ଆଗତ ନୁହେଁ; ଏହା ଖ୍ରୀଷ୍ଟାରିର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି । |
4
|
ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ଵରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ । |
5
|
ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ । |
6
|
କିନ୍ତୁ ଆମ୍ଭେମାନେ ଈଶ୍ଵରଙ୍କଠାରୁ ଜାତ; ଯେ ଈଶ୍ଵରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ଵରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ । ଏତଦ୍ଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ । |
7
|
ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ଵରଙ୍କଠାରୁ ଜାତ, ଆଉ ଯେକେହି ପ୍ରେମ କରେ, ସେ ଈଶ୍ଵରଙ୍କଠାରୁ ଜାତ ଓ ଈଶ୍ଵରଙ୍କୁ ଜାଣେ । |
8
|
ଯେ ପ୍ରେମ କରେ ନାହିଁ, ସେ ଈଶ୍ଵରଙ୍କୁ ଜାଣେ ନାହିଁ, କାରଣ ଈଶ୍ଵର ତ ପ୍ରେମ । |
9
|
ଏଥିରେ ହିଁ ଈଶ୍ଵରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ଵିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହେଉ । |
10
|
ଆମ୍ଭେମାନେ ଯେ ଈଶ୍ଵରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ଵରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ |
11
|
ହେ ପ୍ରିୟମାନେ, ଈଶ୍ଵର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ । |
12
|
କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ଵର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କ-ଠାରେ ସିଦ୍ଧ ହୋଇଅଛି । |
13
|
ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି । |
14
|
ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ । |
15
|
ଯେକେହି ଯୀଶୁଙ୍କୁ ଈଶ୍ଵରଙ୍କ ପୁତ୍ର ବୋଲି ସ୍ଵୀକାର କରେ, ଈଶ୍ଵର ତାହାଠାରେ ଅଛନ୍ତି ଓ ସେ ଈଶ୍ଵରଙ୍କ-ଠାରେ ଅଛି । |
16
|
ପୁଣି ଆମ୍ଭମାନଙ୍କ ପ୍ରତି ଈଶ୍ଵରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ଵାସ କରିଅଛୁ । ଈଶ୍ଵର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ଵରଙ୍କ-ଠାରେ ରହେ ଓ ଈଶ୍ଵର ତାହାଠାରେ ରହନ୍ତି । |
17
|
ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ । |
18
|
ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ତ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ । |
19
|
ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ । |
20
|
ଈଶ୍ଵରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ଵରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ । |
21
|
ଯେ ଈଶ୍ଵରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ । |