Indian Language Bible Word Collections
Amos 9:1
Amos Chapters
Amos 9 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Amos Chapters
Amos 9 Verses
1
|
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, ଦ୍ଵାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ତାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ତ ଖଣ୍ତ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ଼୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ । |
2
|
ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା । |
3
|
ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ । |
4
|
ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ଵ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ଼୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା। |
5
|
କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ; |
6
|
ଯେ ଆକାଶରେ ଆପଣା କୋଠରୀ-ଶ୍ରେଣୀ ନିର୍ମିାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ । |
7
|
ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ ଓ ଅରାମୀୟମାନଙ୍କୁ କୀର୍ ଦେଶରୁ ଆଣି ନାହୁଁ? |
8
|
ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ-ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, ଏହା ସଦାପ୍ରଭୁ କହନ୍ତି । |
9
|
କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲବଂଶକୁ ଚାଲୁଣୀର ଶସ୍ୟ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ । |
10
|
ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ, ସେସମସ୍ତେ ଖଡ଼୍ଗ ଦ୍ଵାରା ହତ ହେବେ । |
11
|
ସେଦିନ ଆମ୍ଭେ ଦାଉଦର ପତିତ ତମ୍ଵୁ ପୁନର୍ବାର ଉତ୍ଥାପନ କରିବା ଓ ତହିଁର ଫଟା-ସ୍ଥାନସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା; |
12
|
ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକି ଅଧିକାର କରିବେ, ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି । |
13
|
ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବାପକର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ କ୍ଷରଣ କରିବେ, ଆଉ ଉପପର୍ବତସକଳ ତରଳି ଯିବେ । |
14
|
ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ଵଂସିତ ନଗରସବୁ ପୁନର୍ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ । |
15
|
ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ନୋହିବେ, ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ଵର କହନ୍ତି । |