Indian Language Bible Word Collections
Psalms 5:12
Psalms Chapters
Psalms 5 Verses
Books
Old Testament
New Testament
Bible Versions
English
Tamil
Hebrew
Greek
Malayalam
Hindi
Telugu
Kannada
Gujarati
Punjabi
Urdu
Bengali
Oriya
Marathi
Assamese
Books
Old Testament
New Testament
Psalms Chapters
Psalms 5 Verses
1
|
ପ୍ରଧାନ ବାଦ୍ୟକର ନିମନ୍ତେ ବଂଶୀ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ, ମୋହର କାକୂକ୍ତି ବିବେଚନା କର । |
2
|
ହେ ମୋହର ରାଜନ୍, ହେ ମୋହର ପରମେଶ୍ଵର, ମୋହର ଆର୍ତ୍ତରବରେ ମନୋଯୋଗ କର; କାରଣ ତୁମ୍ଭ ନିକଟରେ ମୁଁ ପ୍ରାର୍ଥନା କରେ । |
3
|
ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ; ମୁଁ ପ୍ରାତଃକାଳରେ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଇବି ଓ ଜଗି ରହିବି । |
4
|
କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ଵର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ । |
5
|
ଅହଂକାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ; ତୁମ୍ଭେ ସମସ୍ତ ଅଧର୍ମାଚାରୀଙ୍କି ଘୃଣା କରୁଅଛ । |
6
|
ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ; ସଦାପ୍ରଭୁ ରକ୍ତପିପାସୁ ଓ ପ୍ରବଞ୍ଚକ ଲୋକକୁ ଘୃଣା କରନ୍ତି । |
7
|
ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି । |
8
|
ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର । |
9
|
କାରଣ ସେମାନଙ୍କ ମୁଖରେ କିଛି ବିଶ୍ଵସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ଵରୂପ; ସେମାନେ ଜିହ୍ଵାରେ ଚାଟୁବାଦ କରନ୍ତି । |
10
|
ହେ ପରମେଶ୍ଵର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ଵାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି । |
11
|
ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ, ସେମାନେ ଆନନ୍ଦ ସକାଶୁ ସର୍ବଦା ଜୟଧ୍ଵନି କରନ୍ତୁ, କାରଣ ତୁମ୍ଭେ ସେମାନଙ୍କୁ ରକ୍ଷା କରୁଅଛ; ଆହୁରି, ଯେଉଁମାନେ ତୁମ୍ଭ ନାମକୁ ପ୍ରେମ କରନ୍ତି, ସେମାନେ ତୁମ୍ଭଠାରେ ଉଲ୍ଲସିତ ହେଉନ୍ତୁ । |
12
|
ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ, ତୁମ୍ଭେ ତାହାକୁ ଢାଲ ପରି ଅନୁଗ୍ରହରେ ବେଷ୍ଟନ କରିବ । |