English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 50 Verses

1 ଆସଫର ଗୀତ । ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର କଥା କହିଅଛନ୍ତି ଯିଶା.୯:୬ ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକି ଆହ୍ଵାନ କରିଅଛନ୍ତି ।
2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ଵରୂପ ସିୟୋନଠାରୁ ପରମେଶ୍ଵର ପ୍ରକାଶିତ ହୋଇଅଛନ୍ତି ।
3 ଆମ୍ଭମାନଙ୍କର ପରମେଶ୍ଵର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟ; ଝଡ଼ମୟ ହେବ ।
4 ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ଵର୍ଗକୁ ଓ ପୃଥିବୀକି ଡାକିବେ;
5 ଯେଉଁମାନେ ବଳିଦାନ ଦ୍ଵାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର ।
6 ପୁଣି, ସ୍ଵର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ଵର ସ୍ଵୟଂ ବିଚାରକର୍ତ୍ତା । [ସେଲା
7 ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ଵର, ତୁମ୍ଭର ପରମେଶ୍ଵର,
8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି ।
9 ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କି ତୁମ୍ଭ ଖୁଆଡ଼ରୁ ଛାଗ ନେବା ନାହିଁ ।
10 କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର ।
11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକି ଜାଣୁ ଓ ବିଲର ପଶୁସବୁ ଆମ୍ଭର ।
12 ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର ।
13 ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା?
14 ତୁମ୍ଭେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ ।
16 ମାତ୍ର ଦୁଷ୍ଟକୁ ପରମେଶ୍ଵର କହନ୍ତି, ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର?
17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ ।
18 ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ ।
19 ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ଵା ପ୍ରବଞ୍ଚନା କଳ୍ପନା କରେ ।
20 ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ ।
21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା ।
22 ହେ ପରମେଶ୍ଵରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି ଉଦ୍ଧାର କରିବାକୁ କେହି ନ ଥିବ ।
23 ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ଵରଙ୍କ ପରିତ୍ରାଣ ଦେଖାଇବା ।
×

Alert

×