English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Psalms Chapters

Psalms 77 Verses

1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ । ମୁଁ ପରମେଶ୍ଵରଙ୍କ ନିକଟରେ ସ୍ଵରବରେ କାକୁକ୍ତି କରିବି; ପରମେଶ୍ଵରଙ୍କ ନିକଟରେ ହିଁ ସ୍ଵରବରେ କାକୁକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ ।
2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ଵେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା ।
3 ମୁଁ ପରମେଶ୍ଵରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ । [ସେଲା
4 ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ ।
5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି ।
6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯନିରେ ଅନୁସନ୍ଧାନ କଲା ।
7 ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?
8 ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ?
9 ପରମେଶ୍ଵର କʼଣ କୃପାମୟ ହେବାକୁ ପାସୋରି ଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି? [ସେଲା
10 ତହୁଁ ମୁଁ କହିଲି, ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି ।
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି ।
12 ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି ।
13 ହେ ପରମେଶ୍ଵର, ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ଵରଙ୍କ ତୁଲ୍ୟ ମହାନ ପରମେଶ୍ଵର କିଏ?
14 ତୁମ୍ଭେ ଆଶ୍ଚର୍ଯ୍ୟକର୍ମକର୍ତ୍ତା ପରମେଶ୍ଵର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ ।
15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ ।
16 ହେ ପରମେଶ୍ଵର, ଜଳରାଶି ତୁମ୍ଭଙ୍କୁ ଦେଖିଲା, ଜଳରାଶି ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା ।
17 ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା ।
18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ଵନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା ।
19 ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି ତୁମ୍ଭର ପଦଚିହ୍ନ ଜଣା ନୋହିଲା ।
20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ଵାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ ।
×

Alert

×