English Bible Languages

Indian Language Bible Word Collections

Bible Versions

English

Tamil

Hebrew

Greek

Malayalam

Hindi

Telugu

Kannada

Gujarati

Punjabi

Urdu

Bengali

Oriya

Marathi

Assamese

Books

Revelation Chapters

Revelation 10 Verses

1 ତତ୍ପରେ ମୁଁ ଆଉ ଜଣେ ପରାକ୍ରମୀ ଦୂତଙ୍କୁ ସ୍ଵର୍ଗରୁ ଅବତରଣ କରିବାର ଦେଖିଲି; ସେ ମେଘବେଷ୍ଟିତ, ତାହାଙ୍କ ମସ୍ତକ ଉପରେ ମେଘଧନୁ, ତାହାଙ୍କ ମୁଖ ସୂର୍ଯ୍ୟ ସଦୃଶ ଓ ପାଦ ଅଗ୍ନିସ୍ତମ୍ଭ ତୁଲ୍ୟ;
2 ତାହାଙ୍କ ହସ୍ତରେ ଗୋଟିଏ ମୁକ୍ତ କ୍ଷୁଦ୍ର ପୁସ୍ତକ । ସେ ଆପଣା ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ପୃଥିବୀ ଉପରେ ସ୍ଥାପନ କରି
3 ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶଦ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ ।
4 ସେହି ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କରନ୍ତେ ମୁଁ ଲେଖିବାକୁ ଉଦ୍ୟତ ହେଲି; ସେତେବେଳେ ମୁଁ ମୋʼ ପ୍ରତି ଆକାଶରୁ ଉକ୍ତ ଏହି ବାଣୀ ଶୁଣିଲି, ସେହି ସପ୍ତ ମେଘଗର୍ଜ୍ଜନ ଯାହାସବୁ ବ୍ୟକ୍ତ କଲେ, ସେହିସବୁ ଗୋପନ କରି ରଖ, ଲେଖ ନାହିଁ ।
5 ତତ୍ପରେ ଯେଉଁ ଦୂତଙ୍କୁ ମୁଁ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହେବାର ଦେଖିଥିଲି, ସେ ଆପଣା ଦକ୍ଷିଣ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ,
6 ଯେ ସ୍ଵର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ଵ ନାହିଁ;
7 ମାତ୍ର ଈଶ୍ଵରଙ୍କ ଦ୍ଵାରା ଆପଣା ଦାସ ଭାବବାଦୀ-ମାନଙ୍କ ପ୍ରତି ପ୍ରକାଶିତ ଶୁଭସମ୍ଵାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍, ଯେତେବେଳେ ସେ ତୂରୀଧ୍ଵନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ ।
8 ପୁଣି ମୁଁ ଆକାଶରୁ ଯେଉଁ ବାଣୀ ଶୁଣିଥିଲି, ତାହା ପୁନର୍ବାର ମୋʼ ପ୍ରତି ବାକ୍ୟ ଉଚ୍ଚାରଣ କରି କହିଲା, ଯାଅ, ସମୁଦ୍ର ଓ ପୃଥିବୀ ଉପରେ ଦଣ୍ତାୟମାନ ଦୂତଙ୍କ ହସ୍ତରେ ଯେଉଁ ପୁସ୍ତକଟି ମୁକ୍ତ ହୋଇ ରହିଅଛି, ତାହା ଗ୍ରହଣ କର ।
9 ସେଥିରେ ମୁଁ ସେହି ଦୂତଙ୍କ ନିକଟକୁ ଯାଇ କ୍ଷୁଦ୍ର ପୁସ୍ତକଟି ମୋତେ ଦେବାକୁ ତାହାଙ୍କୁ କହିଲି । ସେ ମୋତେ କହିଲେ, ଏହା ନେଇ ଭକ୍ଷଣ କର; ଏହା ତୁମ୍ଭ ଉଦରକୁ ତିକ୍ତ କରିଦେବ, କିନ୍ତୁ ତୁମ୍ଭ ମୁଖକୁ ଏହା ମଧୁ ପରି ମିଷ୍ଟ ଲାଗିବ ।
10 ସେଥିରେ ମୁଁ ଦୂତଙ୍କ ହସ୍ତରୁ ସେହି କ୍ଷୁଦ୍ର ପୁସ୍ତକଟି ନେଇ ତାହା ଭକ୍ଷଣ କଲି; ତାହା ମୋʼ ମୁଖକୁ ମଧୁ ପରି ମିଷ୍ଟ ଲାଗିଲା, କିନ୍ତୁ ତାହା ଭକ୍ଷଣ କଲା ପରେ ମୋହର ଉଦର ତିକ୍ତ ହୋଇଗଲା ।
11 ତତ୍ପରେ ମୋତେ କୁହାଗଲା, ଅନେକ ବଂଶ, ଜାତି, ଭାଷାବାଦୀ ଓ ରାଜାଙ୍କ ବିରୁଦ୍ଧରେ ତୁମ୍ଭକୁ ପୁନର୍ବାର ଭାବବାଣୀ କହିବାକୁ ହେବ ।
×

Alert

×